5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।
9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।