ପ୍ରେରିତ 12

ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।

Acts 12:9 (UKJV) And he went out, and followed him; and know not that it was true which was done by the angel; but thought he saw a vision.

7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।

8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।

9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।

10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।

11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.