10ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
11ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
12ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
13ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
14ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।