12ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
13ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
14ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
15ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ।
16ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।