16ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।
17ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।
18ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
19ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ।
20ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।