20ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
21ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
22ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
23ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।
24ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;