25ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
26ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
27କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
28ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
29ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।