27କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
28ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
29ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
30କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
31ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।