ପ୍ରେରିତ 13

ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।

Acts 13:3 (UKJV) And when they had fasted and prayed, and laid their hands on them, they sent them away.

1ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।

2ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।

3ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।

4ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।

5ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.