ପ୍ରେରିତ 13

ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।

Acts 13:31 (UKJV) And he was seen many days of them which came up with him from Galilee to Jerusalem, who are his witnesses unto the people.

29ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।

30କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,

31ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।

32ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,

33ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.