34ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’
35ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”
36ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
37କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।
38ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,