ପ୍ରେରିତ 13

କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।

Acts 13:37 (UKJV) But he, whom God raised again, saw no corruption.

35ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”

36ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;

37କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।

38ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,

39ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.