ପ୍ରେରିତ 13

ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।

Acts 13:39 (UKJV) And by him all that believe are justified from all things, from which all of you could not be justified by the law of Moses.

37କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।

38ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,

39ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।

40ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,

41“‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.