2ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
3ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
4ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
5ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।