ପ୍ରେରିତ 13

ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।

Acts 13:44 (UKJV) And the next sabbath day came almost the whole city together to hear the word of God.

42ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।

43ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।

44ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।

45କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।

46ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.