ପ୍ରେରିତ 13

ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।

Acts 13:49 (UKJV) And the word of the Lord was published throughout all the region.

47କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”

48ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,

49ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।

50କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।

51ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.