3ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
4ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
5ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
7ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।