48ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
49ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।
50କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
51ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
52ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।