ପ୍ରେରିତ 13

କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।

Acts 13:8 (UKJV) But Elymas the sorcerer (for so is his name by interpretation) withstood them, seeking to turn away the deputy from the faith.

6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।

7ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।

8କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।

9ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,

10ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.