ପ୍ରେରିତ 14

ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।

Acts 14:1 (UKJV) And it came to pass in Iconium, that they went both together into the synagogue of the Jews, and so spoke, that a great multitude both of the Jews and also of the Greeks believed.

1ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।

2କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।

3ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.