10ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।
11ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।
12ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ।
13ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।
14କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,