15ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
16ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
17ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
18ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।
19କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।