17ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
18ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।
19କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
20ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
21ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,