ପ୍ରେରିତ 14

ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ,

Acts 14:24 (UKJV) And after they had passed throughout Pisidia, they came to Pamphylia.

22ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।

23ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।

24ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ,

25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।

26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.