23ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
24ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ,
25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
27ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।