26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
27ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।
28ଆଉ ସେମାନେ ସେହି ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ।