2କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
3ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
4କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
5ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,