ପ୍ରେରିତ 14

ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।

Acts 14:7 (UKJV) And there they preached the gospel.

5ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,

6ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,

7ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।

8ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।

9ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.