ପ୍ରେରିତ 15

କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।

Acts 15:11 (UKJV) But we believe that through the grace of the LORD Jesus Christ we shall be saved, even as they.

9ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।

10ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି?

11କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।

12ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।

13ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.