ପ୍ରେରିତ 15

ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।

Acts 15:13 (UKJV) And after they had held their peace, James answered, saying, Men and brethren, hearken unto me:

11କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।

12ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।

13ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।

14ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।

15ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.