15ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,
16“‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
17ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।
18ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’
19ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;