ପ୍ରେରିତ 15

ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।

Acts 15:2 (UKJV) When therefore Paul and Barnabas had no small dissension and disputation with them, they determined that Paul and Barnabas, and certain other of them, should go up to Jerusalem unto the apostles and elders about this question.

1ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।

2ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।

3ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।

4ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.