20କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
21କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”
22ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
23ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
24ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;