27ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।
28କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
29ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
30ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।
31ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।