30ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।
31ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।
32ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
33ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34[କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ।]