35ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
36କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।
37ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,
38କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ।
39ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,