ପ୍ରେରିତ 15

ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।

Acts 15:4 (UKJV) And when they were come to Jerusalem, they were received of the church, and of the apostles and elders, and they declared all things that God had done with them.

2ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।

3ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।

4ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।

5କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।

6ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.