ପ୍ରେରିତ 15

ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।

Acts 15:9 (UKJV) And put no difference between us and them, purifying their hearts by faith.

7ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।

8ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।

9ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।

10ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି?

11କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.