1ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ।
2ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।
3ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ।