ପ୍ରେରିତ 16

ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।

Acts 16:12 (UKJV) And from thence to Philippi, which is the chief city of that part of Macedonia, and a colony: and we were in that city abiding certain days.

10ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।

11ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,

12ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।

13ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।

14ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.