ପ୍ରେରିତ 16

କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।

Acts 16:19 (UKJV) And when her masters saw that the hope of their gains was gone, they caught Paul and Silas, and drew them into the marketplace unto the rulers,

17ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।

18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।

19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।

20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।

21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.