ପ୍ରେରିତ 16

ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।

Acts 16:2 (UKJV) Which was well reported of by the brethren that were at Lystra and Iconium.

1ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ।

2ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।

3ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ ବୋଲି ସମସ୍ତେ ଜାଣିଥିଲେ।

4ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.