ପ୍ରେରିତ 16

ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।

Acts 16:20 (UKJV) And brought them to the magistrates, saying, These men, being Jews, do exceedingly trouble our city,

18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।

19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।

20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।

21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

22ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.