ପ୍ରେରିତ 16

ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

Acts 16:21 (UKJV) And teach customs, which are not lawful for us to receive, neither to observe, being Romans.

19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।

20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।

21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

22ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।

23ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.