ପ୍ରେରିତ 16

ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।

Acts 16:23 (UKJV) And when they had laid many stripes upon them, they cast them into prison, charging the jailor to keep them safely:

21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

22ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।

23ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।

24ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।

25କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.