ପ୍ରେରିତ 16

କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।

Acts 16:28 (UKJV) But Paul cried with a loud voice, saying, Do yourself no harm: for we are all here.

26ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।

27ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।

28କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।

29ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,

30ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.