ପ୍ରେରିତ 16

ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,

Acts 16:29 (UKJV) Then he called for a light, and sprang in, and came trembling, and fell down before Paul and Silas,

27ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।

28କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।

29ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,

30ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?

31ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.