ପ୍ରେରିତ 16

ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।

Acts 16:31 (UKJV) And they said, Believe on the Lord Jesus Christ, and you shall be saved, and your house.

29ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,

30ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?

31ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।

32ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।

33ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.