32ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।
33ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
34ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
35ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
36ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।