35ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
36ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।
37କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
38ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ,
39ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।